Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଭିଜିଯିବ ଓଡ଼ିଶା

Odisha

ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଭିଜିଯିବ ଓଡ଼ିଶା

Ritu Das
Browse all articles by Ritu Das
·1 year ago·1 min read
ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଭିଜିଯିବ ଓଡ଼ିଶା

ଅର୍ଗସ ବ୍ୟୁରୋ: ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଯିବ ଓଡିଶା। ମଧ୍ୟମ ଧରଣ ବର୍ଷା ସହ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ବର୍ତ୍ତମାନ ଲଘୁଚାପ ଛତିଶଗଡ଼ ଉପରେ ରହିଛି। ଯାହା ଫଳରେ ରାଜ୍ୟରେ ଆଗାମୀ ୪ ଦିନ ଅଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନେକ ସ୍ଥାନରେ ରହିବ। ୨୪ ଘଣ୍ଟାରେ  ହାଲୁକା ମଧ୍ୟମ ଧରଣର ବର୍ଷା ଅନେକ ସ୍ଥାନରେ ହେବ। ପ୍ରବଳ ବର୍ଷା ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାରେ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। 

କାଲି ଅନେକ ସ୍ଥାନରେ ହାଲୁକାରୁ ଧରଣ ବର୍ଷା ସହ ଅତି ପ୍ରବଳ ହେବ। ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବରଗଡ଼, ସୋନପୁର , ବୌଧ,ସମ୍ବଲପୁର ଜିଲ୍ଲାରେ , ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଜିଲ୍ଲାକୁ ସତର୍କ କରଯାଇଛି। 
ପରବର୍ତ୍ତୀ ଲଘୁଚାପକୁ ନେଇ ବର୍ତ୍ତମାନ ସୁଦ୍ଧା କିଛି ଆକଳନ କରାଯାଇ ନାହିଁ। ରାଜ୍ୟରେ ୧ ଜୁନରୁ ବର୍ତ୍ତମାନ ସୁଦ୍ଧା ୨୨ ତାରିଖ ପର୍ଯ୍ୟନ୍ତ ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଛି। ମାଲକାନାଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଘଣ୍ଟାରେ ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ସର୍ବାଧିକ ବର୍ଷା ୧୬୪.୫ ମିଲି ମିଟର ବର୍ଷା ରେକର୍ଡ ହୋଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha will | Argus News