ଓଡ଼ିଶା ବେଶ୍ ପ୍ରଗତି କରିବ: ପ୍ରମୋଦ ସାଂବତ
·2 years ago

ଅର୍ଗସ ବ୍ୟୁରୋ: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଂବତ। ଆଜି ମଧ୍ୟାହ୍ନ ସମୟରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଂବତ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ତେବେ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ପୁରୀର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ସେବାୟତ ମାନେ ଖଣ୍ଡୁଆପାଟ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।
ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ। ପର୍ଯ୍ୟଟନର ବିକାଶ ସହ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ ରଖିଛି ବିଜେପି ସରକାର। ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ଓଡ଼ିଶା ବେଶ୍ ପ୍ରଗତି କରିବ ବୋଲି କହିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଂବତ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: