Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

Odisha

ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ଉଦଘାଟନ ହେଲା ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାଝିପାଲିରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି । ଏହି ସେଣ୍ଟର୍ ମିଡ଼ିଆ ଏଣ୍ଡ ଏଣ୍ଟରଟେନମେଣ୍ଟ, ଚମଡା, ପର୍ଯ୍ୟଟନ, ହସ୍ପିଟାଲିଟି ଏବଂ ଆଇଟିଇଏସଏସ ଭଳି ଅଧିକ ଚାହିଦା ଥିବା କ୍ଷେତ୍ରରେ ଯୁବଶକ୍ତିଙ୍କ  ଜ୍ଞାନ ବଢ଼ାଇବ। କେନ୍ଦ୍ରମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ସମୟରେ ପ୍ରଥମେ ସେ ଆସ୍ଥା ଟ୍ରେନର ଶୁଭାରମ୍ଭ କରିଛନ୍ତି ।  ସମ୍ବଲପୁର ଷ୍ଟେସନରୁ ଗଡ଼ିଛି  ସ୍ବତନ୍ତ୍ର ଟ୍ରେନ `ଆସ୍ଥା'। 15ଶହ 12ଜଣ ରାମଭକ୍ତଙ୍କୁ ନେଇ ଅଯୋଧ୍ୟା ଅଭିମୁଖେ ବାହାରିଛି ଏହି ଟ୍ରେନ୍ । ସେପଟେ ବେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ମଧ୍ୟ ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ  ।

ସମ୍ବଲପୁରର ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଉଦଘାଟନ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ କେନ୍ଦ୍ରମନ୍ତ୍ରୀ । ଆଜି ଜବାହର ନବୋଦୟ ବିଦ୍ୟାଳୟରେ ବହୁମୁଖୀ ସଭାଗୃହର ଶିଳାନ୍ୟାସ, ଫୁଟବଲ ଫର୍ ସ୍କୁଲ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ବ୍ୟତୀତ ଦେଶବ୍ୟାପୀ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମ ଭୋଇ, ସ୍ବଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ ଉନ୍ମୋଚନ କରିବେ କେନ୍ଦ୍ରମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
odisha's first Skill India Centre was inaugurated by Dharmendra Pradhan | Argus News