Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆସନ୍ତା ୧୨ ତାରିଖରରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି

Odisha

ଆସନ୍ତା ୧୨ ତାରିଖରରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆସନ୍ତା ୧୨ ତାରିଖରରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି

ପୁରୀ : ଆସନ୍ତା ୧୨ ତାରିଖରେ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ।ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ।ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।ଦେବ ଦୀପାବଳୀ ଅବସରରେ  ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ଓ ପୁରୀର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ସିଂହଦ୍ଵାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଏକ ଲକ୍ଷ ଦୀପ ଜାଳିବାର ଅୟୋଜନ କରାଯାଇଛି ।

ଅଧିକ ପଢନ୍ତୁ : ନୂଆବର୍ଷରୁ ଭକ୍ତ ପାଇବେ ନୂଆ ଅନୁଭୂତି

ଦେବ ଦୀପାବଳି ଦିନ ସହରବାସୀ ନିଜ ଘର ଏବଂ ବଡ଼ଦାଣ୍ଡରେ ସ୍ବେଚ୍ଛାକୃତ ଭାବେ ଦୀପଦାନ କରିବା ଲାଗି   ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିବେଦନ କରାଯାଇଛି ।ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ ।ତେଣୁ ଦେବ ଦୀପାବଳୀ ଉତ୍ସବକୁ ଭବ୍ୟ କରିବା ପାଇଁ ଗତ କିଛି ବର୍ଷ ହେବ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଦୀପଦାନ କରାଯାଉଛି।ଏହି ସଂଗଠନ ସହ ଓଡ଼ିଶା ମୋ ପରିବାର ,ଛତିଶା ନିଯୋଗ ,ବିଭିନ୍ନ ସାଂସ୍କୃତିକ ଓ ସାମାଜିକ ସଂଗଠନ ସାମିଲ ହୋଇଛନ୍ତି ।ପ୍ରତ୍ୟେକ ଘରେ,ନିଜ ନିଜ ସାହିରେ ଥିବା ମନ୍ଦିରରେ ତଥା ବଡ଼ଦାଣ୍ଡରେ ଦୀପ ଜଳାଇ ସଂସାରର ମଙ୍ଗଳ କାମନା ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ପାଇଁ ଅନୁରୋଧ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
On the next 12th, Deva Dipabali Nitti will be held in the temple | Argus News