ପୁଣି ଥରେ ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ
·1 year ago

ଭୁବନେଶ୍ୱର: ପୁଣି ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।
ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଦାବି ହୋଇଛି । ତେବେ ପୂର୍ବ ସରକାର ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଗହମକୁ ବନ୍ଦ କରି କେବଳ ଚାଉଳ ଦିଆଯାଉଥିଲା । କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: