Videos
|
Odisha

ସଂଘବଦ୍ଧ ଆକ୍ରମଣରେ ଆହତ ଯୁବକଙ୍କ ମୃତ୍ୟୁ

Banajyotshna Ray
Browse all articles by Banajyotshna Ray
·2 years ago
ସଂଘବଦ୍ଧ ଆକ୍ରମଣରେ ଆହତ ଯୁବକଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ସଂଘବଦ୍ଧ ଆକ୍ରମଣରେ ଆହତ ଯୁବକଙ୍କ ମୃତ୍ୟୁ ହୋଇଛି । ଏକତରଫା ପ୍ରେମରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ବାଲିପାଟଣା ଥାନା ବନମାଳୀପୁର ଗାଁର ଅକ୍ଷୟ ମାଝିଙ୍କୁ  ଗତକାଲି ମରଣାନ୍ତକ ଆକ୍ରମଣ ହୋଇଥିଲା। ଦୁର୍ବୃତ୍ତମାନେ ତାଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ ପରେ ଏକ ନିଛାଟିଆ ଜାଗାରେ ପକାଇ ଦେଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।  ପରେ ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ତାଙ୍କର ମୁଣ୍ଡ, ହାତ, ଗୋଡ଼ ଏବଂ ଶରୀରର ବିଭିନ୍ନ ଜାଗାରେ ଗୁରୁତର ଆଘାତ ଲାଗିଥିଲା। ମୃତ ଅକ୍ଷୟଙ୍କ ପତ୍ନୀ ଶ୍ରାବଣୀ ମାଝୀ ଆଜି ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
one dead in attack | Argus News