Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବର୍ଷାରେ ଲାଗିବନି ବ୍ରେକ୍

Odisha

ବର୍ଷାରେ ଲାଗିବନି ବ୍ରେକ୍

Smruti Parija
Browse all articles by Smruti Parija
·1 year ago·2 min read
ବର୍ଷାରେ ଲାଗିବନି ବ୍ରେକ୍

ଭୁବନେଶ୍ୱର: ବର୍ଷାରେ ଲାଗିବନି ବ୍ରେକ୍। ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ୨୫/୨୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ହେବ ଘନୀଭୂତ । ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଗତକାଲି ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ଚିଲିକା ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଦୁର୍ବଳ ହୋଇ ଏକ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଲଘୁଚାପ ଛତିଶଗଡ ମୁହାଁ ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ବର୍ଷା କମିଛି । ତେବେ ସକ୍ରିୟ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ପ୍ରବଳ ବର୍ଷା ନେଇ ଆଜି ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ଆସନ୍ତା କାଲି ପ୍ରବଳ ବର୍ଷା ନେଇ ଉତ୍ତର ଉପକୂଳ ଓଡ଼ିଶାର କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଏବଂ ସମ୍ବଲପୁରକୁ ହଳଦିଆ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରଭାବରେ ସହରିଆ ଅଞ୍ଚଳରେ ଆକସ୍ମିକ ବନ୍ୟାର ପରିସ୍ଥତି ସୃଷ୍ଟି ହେବା ସହ ଦୃଶ୍ୟମାନ ଦୂରତା କମିବ । ଉପକୂଳରେ ମେଘୁଆ ଆକାଶ ସହ ସ୍ଥାନେ ସ୍ଥାନେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । 

ସେହିଭଳି ୨୪ ତାରିଖରେ ବର୍ଷାର ପରିମାଣ କମିବ । ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ପୁଣି ବର୍ଷାର ପରିମାଣ ବଢିବ । ବିଶେଷ କରି ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେପଟେ ଓ୍ବେଲମାର୍କ ଲୋପ୍ରେସରର ପ୍ରଭାବରେ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗର ପବନ ବହିବା ସମ୍ଭାବନା ଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ପାଣିପାଗ ଖବର...
 

Sponsored
one-more-storm-expected-in-north-bay-of-bengal | Argus News