Videos
|
Odisha

ବଜ୍ରପାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

Rashmita Mishra
Browse all articles by Rashmita Mishra
·1 year ago
ବଜ୍ରପାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ବିନିକା ବ୍ଳକ ବାବୁପାଲି ପଞ୍ଚାୟତ ଅନ୍ତର୍ଗତ ତିଲେଇମାଲ ଗାଁ ରେ ବଜ୍ରପାତ ଯୋଗୁଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ରବିବାର ତିଲେଇମାଲ ଗାଁ ର ହିମାଂଶୁ ମହାନନ୍ଦ ଧାନ ରୁଆ କାର୍ଯ୍ୟ ପାଇଁ ଧାନବିଲ କୁ ଯାଇଥିଲେ। ଦିନ ୨ ଟା ବେଳେ ବଜ୍ରପାତ ସହ ବର୍ଷା ହେଉଥିବା ସମୟରେ ବଜ୍ରପାତ ଯୋଗୁଁ ସେ ଗୁରୁତର ହୋଇପଡିଥିଲେ। ସେଠାରେ ଥିବା ଅନ୍ୟ ଶ୍ରମିକମାନେ ତାଙ୍କୁ ତୁରନ୍ତ ଗାଁ କୁ ଆଣି ଆମ୍ବୁଲାନ୍ସ ଯୋଗେ ବିନିକା ଡାକ୍ତରଖାନା କୁ ନେଇଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ହିମାଂଶୁ ଅନ୍ୟ ମାନଙ୍କ ନିକଟରେ କାମ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ତାଙ୍କ ବିୟୋଗରେ ପତ୍ନୀ ଓ ଦୁଇଟି ପୁଅଝିଅ ବେସାହାରା ହୋଇ ପଡିଛନ୍ତି। ତେଣୁ ତାଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହେଉଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
One person died due to lightning | Argus News