Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିର ମଧ୍ୟରେ କେବଳ ବ୍ୟବହାର ହେବ ଓମଫେଡ୍ ଘିଅ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଶ୍ରୀମନ୍ଦିର ମଧ୍ୟରେ କେବଳ ବ୍ୟବହାର ହେବ ଓମଫେଡ୍ ଘିଅ

ଅର୍ଗସ ବ୍ୟୁରୋ:  ଶ୍ରୀମନ୍ଦିର ମଧ୍ୟରେ କେବଳ ବ୍ୟବହାର ହେବ ଓମଫେଡ୍ ଘିଅ । ଏନେଇ ସହଯୋଗ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର କରାଯିବ। ଓମଫେଡ୍ ଘିଅ ଦର ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ ।  ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ କମ୍ପାନୀର ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Only omfed ghee are to be used inside the puri temple | Argus News