ଆଜିଠୁ କରାଯିବ ମହାପ୍ରଭୁଙ୍କୁ ଓଷ ଲାଗି
·2 years ago·1 min read

ଅର୍ଗସ ବ୍ୟୁରୋ: 108 ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ ଜଗତରନାଥ ପ୍ରଭୂ ଜଗନ୍ନାଥ। ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି । ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ଆଜି ମଧ୍ୟାହ୍ନ ଧୂପ ପରେ ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଇବେ।
ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜୀଉ ଜ୍ୱରରୁ ଉପଶମ ପାଇବେ। ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: