Videos
|
Odisha

314 ବ୍ଲକରୁ ପୁରୀକୁ ଗଡିବ OSRTC ବସ୍

Smruti Parija
Browse all articles by Smruti Parija
·2 years ago·1 min read
314 ବ୍ଲକରୁ ପୁରୀକୁ ଗଡିବ OSRTC ବସ୍

ଭୁବନେଶ୍ୱର: ଜୁଲାଇ 7 ରେ ରଥଯାତ୍ରା । ଏହାପୂର୍ବରୁ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ । 314 ବ୍ଲକରୁ ପୁରୀକୁ OSRTC ବସ ଗଡ଼ିବା ନେଇ ବୈଠକ ପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । 

OSRTC କାର୍ଯ୍ୟାଳୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା OSRTC କାର୍ଯ୍ୟର ସମୀକ୍ଷା କରିଠନ୍ତି । ଏ ଅବସରରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ପରିବହନ କମିଶନର ଓ OSRTC ମୁଖ୍ୟ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା । ଅଯୋଧ୍ୟା, ତିରୁପତି, ମହାକାଳେଶ୍ଵର, ବାରାଣସୀ ଓ ବୃନ୍ଦାବନକୁ ଗଡିବ ବସ୍ । ପୁରୀ, ଭୁବନେଶ୍ଵର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ଚାଲିବ ବସ । 

ଏହାସହ ରାଜ୍ୟରେ ଯେପରି ପରିବେଶ ଅନୁକୂଳ ଇଲେକ୍ଟ୍ରିକ ବସ୍ ଅଧିକରୁ ଅଦିକ ଚାଲିବ ସେ ନେଇ ଧ୍ୟାନ ଦିଆଯିବ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲୋକମାନେ ଅଧିକରୁ ଅଧିକ ବସ୍ ସେବା ଯେଭଳି ପାଇବେ, ସେନେଇ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ ୧୦୦ ବସ୍ କିଣିବାକୁ ନିଷ୍ପତ୍ତି ହୋଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
osrtc-bus-to-run-puri-from-every-block-of-odisha-on-the-ocassion-of-rathayatra | Argus News