Videos
|
Odisha

OSSSC ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର

Rashmita Mishra
Browse all articles by Rashmita Mishra
·1 year ago
OSSSC ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର

 ଅର୍ଗସ ବ୍ୟୁରୋ: OSSSC ପରିଚାଳିତ ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି ବୋଲି ଏକ ପ୍ରେସ ବିଜ୍ଞପ୍ତିରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟ ସରକାର ଏହି ବିଷୟକୁ ଅତି ଗୁରୁତର ସହ ବିଚାରକୁ ନେଇଛନ୍ତି। ସମସ୍ତ ପରୀକ୍ଷାର୍ଥୀଙ୍କ ପାଇଁ ଏକ ନିରପେକ୍ଷ ଓ ସ୍ବଚ୍ଛ ନିଯୁକ୍ତି ପରୀକ୍ଷା କରିବା ପାଇଁ ସରକାର ପ୍ରତିବଦ୍ଧ। ଯେଉଁସବୁ ଅଭିଯୋଗ ଆସିଛି, ତାକୁ ସରକାର ଉଚ୍ଚ ଅଧିକାରୀଙ୍କ ଦ୍ବାରା ତର୍ଜମା କରୁଛନ୍ତି। ଏନେଇ ସରକାର ଅତିଶୀଘ୍ର ସମୁଚିତ ନିଷ୍ପତ୍ତି ନିଆଯିବ ବୋଲି ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। OSSSC ଦ୍ଵାରା କମ୍ପ୍ୟୁଟର ଅଧାରିତ ନିଯୁକ୍ତି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବାରମ୍ବାର ଆଶାୟୀ ପରୀକ୍ଷାର୍ଥୀ ଓ ଛାତ୍ରଛାତ୍ରୀ ଆନ୍ଦୋଳନ କରିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
OSSSC Exam Controversy. The state government will solve it soon | Argus News