Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

`କୋଟିଆ ଅଞ୍ଚଳର ବିକାଶ ପାଇଁ 108 କୋଟି ଊର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ହୋଇଛି'

Smruti Parija
Browse all articles by Smruti Parija
·1 year ago·1 min read
`କୋଟିଆ ଅଞ୍ଚଳର ବିକାଶ ପାଇଁ 108 କୋଟି ଊର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ହୋଇଛି'

ଭୁବନେଶ୍ୱର: ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ଓଡ଼ିଶାର 14 ଟି ଜିଲ୍ଲାର ଆନ୍ତଃ- ରାଜ୍ୟ ସୀମା ବିବାଦ ପ୍ରସଙ୍ଗ । ବିଧାନସଭାରେ ବିଜେଡ଼ି ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଲିଖିତ ଉତ୍ତର । କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମପୁଞ୍ଜକୁ ବାଦ୍ ଦେଲେ ରାଜ୍ୟରେ ପ୍ରାୟତଃ ବଡ ଧରଣର ସୀମା ବିବାଦ ନାହିଁ । 

କୋଟିଆ ଅଞ୍ଚଳର ବିକାଶ ପାଇଁ ଓଡ଼ିଶା ସରକାରଙ୍କ ତରଫରୁ 108 କୋଟି 53 ଲକ୍ଷ 12 ହଜାର 339 ଟଙ୍କା ଖର୍ଚ୍ଚ କରାଯାଇଛି । ପ୍ରତି ଗ୍ରାମକୁ ରାସ୍ତା, ବିଦ୍ୟାଳୟ ଗୃହ,  ଅଙ୍ଗନୱାଡି ଗୃହ, ମିଶନଶକ୍ତି ଗୃହ, 10 ଶଯ୍ୟା ବିଶିଷ୍ଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ବଜାର ପିଣ୍ଡି, ପୋଲିସ ଥାନା ନିର୍ମାଣ କରିବା ସଙ୍ଗେ ସଙ୍ଗେ ବିଦ୍ୟୁତ ସଂଯୋଗ ଓ ମୋବାଇଲ ଟାୱାର ସ୍ଥାପନ ସହ ଲୋକମାନଙ୍କ ପାଇଁ ଜୀବିକାର ମଧ୍ୟ ବ୍ୟବସ୍ଥା କରାଯାଇଛି । ସମସ୍ତ ବିଦ୍ୟାଳୟରେ ଓଡ଼ିଆରେ କଥାବାର୍ତ୍ତା କରୁଛନ୍ତି ଏବଂ ପ୍ରତିବର୍ଷ କୋଟିଆରେ ରଥାଯାତ୍ରା ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି ବୋଲି ବିଧାନସଭାରେ ତଥ୍ୟ ରଖିଲେ ରାଜ୍ୟ ସରକାର ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Over Rs 108 crore has been spent on the development of Kotia region | Argus News