Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ

Odisha

ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ

କେଉଁଝର : ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ । ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗତ କିଛିଦିନ ତଳେ ତାଙ୍କ ଶରୀର ଅସୁସ୍ଥ ହୋଇଥିବାରୁ ତାଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଥିଲା।

ଅଧିକ ପଢନ୍ତୁ ଓ଼ଡିଶା ଖବର

ତେବେ ସେଠାରୁ ଚିକିତ୍ସା ସାରି କିଛି ଦିନ ହେବ ସେ ଘରକୁ ଫେରିଥିବା ବେଳେ ଏବେ ପୁଣି ତାଙ୍କ ଶରୀର ଅସୁସ୍ଥ ହୋଇ ପଡିଛି। ଗତକାଲି ଅତ୍ୟଧିକ ଗରମ ଅନୁଭୂତ ହେଉଥିଲା । ସେଥିପାଇଁ   ତା'ଙ୍କର ପତଳା ଝାଡା ହୋଇ ଯାଇଥିଲା । ତେଣୁ ଘର ଲୋକେ ଡାକ୍ତରଙ୍କ ପରାମର୍ଶ କ୍ରମେ ଓଦା କପଡାରେ ତାଙ୍କ ଶରୀରକୁ ପୋଛି ଦେଇଥିଲେ। କିନ୍ତୁ ତାପରେ ମଧ୍ୟ ସେ ଏତେ ଦୁର୍ବଳ ହୋଇ ପଡିଲେ ଯେ ବିଛଣାରୁ ଉଠି ପାରି ନଥିଲେ। ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରି ଥିବାରୁ ତାଙ୍କୁ ଭାରତ ସରକାର ଗତବର୍ଷ ପଦ୍ମଶ୍ରୀ ରେ ସମ୍ମାନିତ କରିଥିଲେ।
ଗତ କିଛିଦିନ ତଳେ ତାଙ୍କ ବଡ ପୁଅକୁ ହରାଇଥିବା ବେଳେ କିଛି ବର୍ଷ ପୂର୍ବେ ତାଙ୍କ ସାନ ପୁଅ କୁ ହରାଇ ଥିଲେ। ଏହି ସବୁ ଦୁଃଖଦ ଘଟଣା କୁ ଭାବି ଭାବି ତାଙ୍କ ଶରୀର ଅସୁସ୍ଥ ରହୁଥିଲା।ଆଜି ଡାକ୍ତର ତାଙ୍କୁ ପରୀକ୍ଷା କରି ତାଙ୍କୁ ପତଳା ଝାଡ଼ା ହେବା ଫଳରେ ଏପରି ଅସୁସ୍ଥ ହୋଇଥିବା ବେଳେ ବର୍ତମାନ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର ପ୍ରକାଶ କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
padmashree maguni charan kuanra is in ill | Argus News