Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Odisha festival / ଆଜି ପବିତ୍ର ପଣା ସଂକ୍ରାନ୍ତି... ଓଡ଼ିଆ ନବବର୍ଷ

Rashmita Mishra
Browse all articles by Rashmita Mishra
·3 months ago·2 min read
ଆଜି ପବିତ୍ର ପଣା ସଂକ୍ରାନ୍ତି... ଓଡ଼ିଆ ନବବର୍ଷ
Odisha festival

Key Points

ଆଜି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି
ଆଜିର ଦିନକୁ ଓଡିଆ ନବବର୍ଷ ରୂପେ ପାଳନ କରାଯାଏ
ଆଜିଠାରୁ ଆରମ୍ଭ ହୋଇଥାଏ ନୂଆ ପାଞ୍ଜି ପ୍ରଚଳନ
ଓଡିଶା ନବବର୍ଷକୁ ନେଇ ଉତ୍ସବମୁଖର ଗାଁଠୁ ସହର

ଆଜି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଆଜିଠାରୁ ନୂଆ ପାଞ୍ଜି ପ୍ରଚଳନ ଆରମ୍ଭ ହୋଇଥାଏ । ତେଣୁ ଆଜିର ଦିନକୁ ଓଡିଆ ନବବର୍ଷ ରୂପେ ପାଳନ କରାଯାଏ । ଓଡିଶା ନବବର୍ଷକୁ ନେଇ ଉତ୍ସବମୁଖର ଗାଁଠୁ ସହର । ସୂର୍ଯ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ବିଷୁବ ସଂକ୍ରାନ୍ତି କୁହାଯାଇଥାଏ ।

ଚୈତ୍ର ଶୁକ୍ଲ ପ୍ରତିପଦାକୁ ପାଞ୍ଜିକାରମାନେ ନବବର୍ଷ ଭାବେ ଗ୍ରହଣ କରିଥାନ୍ତି । ଆଜିର ଦିନରେ ପ୍ରତ୍ୟେକ ଓଡିଆ ପରିବାରରେ ଦେବାଦେବୀଙ୍କ ନିକଟରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇ ଥାଏ ।

ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କ ରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ ।

ତେବେ ଆଜିର ଦିନରେ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ପଣା ଓ ଛତୁଆ ଭୋଗର ପରମ୍ପରା ମଧ୍ୟ ରହିଛି । ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି । ଦୋଳ ପୂର୍ଣ୍ଣିମାରେ ନୂତନ ପଞ୍ଜିକା ମହାପ୍ରଭୁଙ୍କ ଠାରେ ପୂଜା ପାଇଁ ଲାଗି ହୋଇଥିଲା ।

ଦେଖନ୍ତୁ ଏଠାରେ: ଆଜି ହେଉଛି ଓଡିଆଙ୍କ ନୂଆ ବର୍ଷ | Why Odias Celebrate this Unique Festival

ତେଣୁ ନୂତନ ପଞ୍ଜିକା ଅନୁଯାୟୀ ଆଜିଠାରୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମେତ ବିଭିନ୍ନ ମାଙ୍ଗଳିକ କାର୍ଯ୍ୟ ନେଇ ଧାର୍ଯ୍ୟ ହୋଇଥିବା ଦିବସ ଅନୁଯାୟୀ ସବୁ ସାମାଜିକ କାର୍ଯ୍ୟ ହୋଇଥାଏ । ସେହିପରି ବିଭିନ୍ନ ପୀଠରେ ଆଜି ଝାମୁଯାତ୍ରା ପାଳନ ହେଉଛି । କେଉଁଠି ନିଆଁରେ ଚାଲିବା ପରମ୍ପରା ରହିଛି, କେଉଁଠି ଦେହରେ କଣ୍ଟା ଫୁଟାଇ ଶ୍ରଦ୍ଧାଳୁମାନେ ମାନସିକ ପୂରଣ କରିଥାନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha festival | Pana Sankranti 2026: Odia New Year Celebrations Begin | Argus News