Panchayat Election 2027 / ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି, ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି
·1 hour ago·2 min read

Key Points
୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ
ଆସନ ସଂରକ୍ଷଣ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି
ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ ସଂରକ୍ଷଣ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି
ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ପଞ୍ଚାୟତିରାଜ ବିଭାଗ । ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦେଇଛି। ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ।
ୱାର୍ଡ ମେମ୍ବର,ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ୨୪ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି୨୯ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।
ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ତାରିକ ସୁଦ୍ଧା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ୧୩ ତାରିଖରେ ଚିଠା ବିଜ୍ଞପ୍ତି ଏବଂ ୨୯ ତାରିଖରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ୍ ।
ପଢନ୍ତୁ ଏହି ଖବର: ପଞ୍ଚାୟତ ନିର୍ବାଚନ ନେଇ ଆରମ୍ଭ ହେଲାଣି ଅଙ୍କକଷା,ବିଜେଡି ଛାଡ଼ି ବିଜେପିରେ ସାମିଲ ହେଉଛନ୍ତି ଅନେକ ବ୍ଲକ ଅଧ୍ୟକ୍ଷ
୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକର ପୁନର୍ଗଠନ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗ୍ରାମ ପଞ୍ଚାୟତ ଗୁଡ଼ିକର କୌଣସି ସାଧାରଣ ପୁନର୍ଗଠନ କିମ୍ବା ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି କହିଥିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ସରକାର ପଂଚାୟତ ପୁନର୍ଗଠନ କି ସୀମା ନିର୍ଦ୍ଧାରଣ ନ କରିବାକୁ ନିଷ୍ପତ୍ତି ନେଇଥିବା ଦର୍ଶାଇଥିଲେ ପଞ୍ଚାୟତିରାଜ ମନ୍ତ୍ରୀ।
ସେପଟେ ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ ହେଲେଣି ସବୁ ରାଜନୈତିକ ଦଳ । ସାଧାରଣ ଲୋକଙ୍କ ସହ ଯୋଡ଼ିହେବା ସହିତ ବୁଥସ୍ତରରେ ଦଳକୁ ମଜବୁତ୍ କରିବାକୁ ବଡ଼ ପ୍ଲାନ୍ କରିଛି ବିଜେପି । ୧୨ ତାରିଖ ପର୍ଯ୍ୟନ୍ତ ଗାଁକୁ ଚାଲ ଅଭିଯାନ କରୁଛି ବିଜେପି। ଗାଁ ଗାଁରେ ବଜେଟ୍ ସଭା କରିବା ସହ ବିକାଶର ରୂପରେଖ ସମ୍ପର୍କରେ ବୁଝାଉଛନ୍ତି ବିଜେପି ନେତା। ଶାସକ ଦଳର ଏଭଳି ଯୋଜନାକୁ ଦେଖି ବିଜେଡି କହିଛି ଆଗକୁ ନବୀନ ପଟ୍ଟନାୟକ ଜିଲ୍ଲା ବୁଲିବେ ଏବଂ ରାଜ୍ୟ ସରକାରଙ୍କ ବିଫଳତା ଜଣାଇବେ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories