Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ଓଡ଼ିଆ ପକ୍ଷ କୁଇଜରେ କେମିତି ଅଂଶଗ୍ରହଣ କରିବେ ? ପଢନ୍ତୁ...

Odisha

ଓଡ଼ିଆ ପକ୍ଷ କୁଇଜରେ କେମିତି ଅଂଶଗ୍ରହଣ କରିବେ ? ପଢନ୍ତୁ...

Smruti Parija
Browse all articles by Smruti Parija
·1 year ago·1 min read
ଓଡ଼ିଆ ପକ୍ଷ କୁଇଜରେ କେମିତି ଅଂଶଗ୍ରହଣ କରିବେ ? ପଢନ୍ତୁ...

ରାଜ୍ୟରେ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଓଡ଼ିଆ ପକ୍ଷ ପାଳନକୁ ନେଇ ଏକ ସ୍ୱତନ୍ତ୍ର ୱେବସାଇଟର ମଧ୍ୟ ନିର୍ମାଣ କରାଯାଇଛି ।


ୱେବସାଇଟ୍ ହେଉଛି ( https://odiapakhya.com) । ଏହି ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ସବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି । ଏଥିସହିତ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ତରଫରୁ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରାଯାଇଛି।


ଏଥିସହିତ ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ଏକ କୁଇଜ୍‌ ମଧ୍ୟ ରଖାଯାଇଛି । ଏହି କୁଇଜ୍‌ରେ ଓଡ଼ିଶାର ବରପୁତ୍ର ଏବଂ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସମ୍ବନ୍ଧୀୟ ପ୍ରଶ୍ନ ରହିଛି । ସମସ୍ତ ପ୍ରତିଭାଗୀମାନେ କୁଇଜ୍‌ରେ ଅଂଶଗ୍ରହଣ କରି ନିଜର ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଡ଼ାଉନଲୋଡ୍‌ କରିପାରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏଥିସହିତ ନିଜ ବିଦ୍ୟାଳୟ, ମହାବିଦ୍ୟାଳୟ, ବ୍ଲକ, ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜର ସେଲ୍ଫି ମଧ୍ୟ ଏହି ଓଡ଼ିଆ ପକ୍ଷ ୱେବସାଇଟରେ ଅପଲୋଡ଼ କରିପାରିବେ ।


ଏହାର ଉଦେଶ୍ୟ ଓଡ଼ିଆ ସାଂସ୍କୃତିକ ମୂଲ୍ୟବୋଧ, ଚାଲି ଚଳଣି, ଗାଥା ଗୌରବ ଓ ଆମ ପରମ୍ପରାକୁ ବିଶ୍ୱ ଦରବାରରେ ପରିଚିତ କରାଇବା ।

Argus Whatsapp Channel Mobile Top
Sponsored
participate-in-odia-pakhya-and-get-certificate | Argus News