ନଭେମ୍ବର ୧ରେ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ
·1 year ago

ଅର୍ଗସ ବ୍ୟୁରୋ: କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ବନ୍ଦ୍ୱ। ଓଡ଼ିଶାରେ ଅକ୍ଟୋବର ୩୧ ତାରିଖ ଦିନ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ। ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ଅକ୍ଟୋବର ୩୧ ତାରିଖ ଦିନ ରାତିରେ ଅପରାହ୍ନ ୩ଟା ୧୫ରେ ଅର୍ଥାତ ପ୍ରଦୋଷ ସମୟକୁ ଅମାବାସ୍ୟା ରହୁଥିଲେ ବି ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ। ତେବେ ନଭେମ୍ବର ୧ ତାରିଖ ଦିନ ଉଭୟ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଅମାବାସ୍ୟା ରହୁଥିବାରୁ ସେହି ଦିନ ଓଡ଼ିଶାରେ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ ବୋଲି ପାଞ୍ଜି ସମୀକ୍ଷକ କହିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: