Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୪ ବର୍ଷର ସରକାରକୁ ବଦଳାଇବାକୁ ଚାହୁଁଛନ୍ତି ଓଡ଼ିଶାବାସୀ: ଜେ. ପି ନଡ୍ଡା

Banajyotshna Ray
Browse all articles by Banajyotshna Ray
·2 years ago·2 min read
୨୪ ବର୍ଷର ସରକାରକୁ ବଦଳାଇବାକୁ ଚାହୁଁଛନ୍ତି ଓଡ଼ିଶାବାସୀ: ଜେ. ପି ନଡ୍ଡା

ଅର୍ଗସ ବ୍ୟୁରୋ:  ଓଡିଶା ପାଇଁ ବିଜେପି ଜାରି କଲା ନିର୍ବାଚନୀ ଇସ୍ତାହାର । ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସାଧାରଣ ନିର୍ବାଚନ ପାଇଁ ସଙ୍କଳ୍ପ ପତ୍ର ଲୋକାର୍ପଣ କରିଛନ୍ତି । ଉନ୍ମୋଚନ ହେଲା ରାଜ୍ୟ ବିଜେପିର ସଂକଳ୍ପପତ୍ର। ନିର୍ବାଚନ ରଣନୀତି କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ସଙ୍କଳ୍ପ ପତ୍ରର ଶୀର୍ଷକ ରହିଛି ‘ଓଡିଶା ପାଇଁ ମୋଦୀଙ୍କ ଗ୍ୟାରେଣ୍ଟି’ ।

ବିଜେପିର ସଙ୍କଳ୍ପ ପତ୍ର ଲୋକାର୍ପଣ କରି ଜେପି ନଡ୍ଡା କହିଛନ୍ତି, ଗତ ୧୦ ବର୍ଷ ଭିତରେ ରାଜନୀତିର ସଂସ୍କୃତି ଏବଂ କାର୍ଯ୍ୟକ୍ରମ ବଦଳିଛି । ଆଜିର ଦିନରେ ଇସ୍ତାହାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ । ୨୪ ବର୍ଷର ସରକାରକୁ ବଦଳାଇବାକୁ ଚାହୁଁଛନ୍ତି ଓଡ଼ିଶାବାସୀ । ସାଧାରଣ ଲୋକ ନିର୍ବାଚନ ଲଢୁଛନ୍ତି, ଆମେ ସାଥୀରେ ଅଛୁ । ଏହା ସରକାର ପରିବର୍ତ୍ତନର ଇସ୍ତାହାର । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ରାଜନୀତିର ସଂସ୍କୃତି ବଦଳିଛି। ନିର୍ବାଚନୀ ଇସ୍ତାହାରର ଗରିମା, ମହତ୍ୱ ବଢ଼ି ଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା।

ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ସେମାନେ ଭୁଲି ଯାଉଥିଲେ। ଏବେ ମୋଦି ସରକାରଙ୍କ ସଂକଳ୍ପ ‘ଯାହା କହିଛୁ, କରି ଦେଖାଇଛୁ’। ଅର୍ଥାତ ଯାହା କହିଛୁ କରିଛୁ, ଯାହା କହୁଛୁ, ନିଶ୍ଚିତ କରି ଦେଖାଇବୁ। ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ଚିନ୍ତା କରେ ମୋଦି ସରକାର। ଦେଶର ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରାଯାଇଛି। ଏବେ ଭାରତର ଅତି ଗରିବଙ୍କ ସଂଖ୍ୟା ୧%ରୁ ମଧ୍ୟ କମ୍‌। ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ଓଡ଼ିଶାରେ ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ। ରାଜ୍ୟରେ ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ଏନେଇ ଆଜି ଆମେ ସ୍ପଷ୍ଟ ଭାବେ କହୁଛୁ କହିଲେ ନଡ୍ଡା। 3100 ଟଙ୍କା ଏମଏସପି କରାଯିବ ବୋଲି କହିଛନ୍ତି ନଡ୍ଡା। କଟଣୀ ଛଟଣି ବ୍ୟବସ୍ଥାକୁ ସମାପ୍ତ କରାଯିବ। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି ବୋଲି କହିଛନ୍ତି ନଡ୍ଡା । ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ୱାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି। ‘ସଂକଳ୍ପରୁ ସିଦ୍ଧି’ ହିଁ ଆମର ଲକ୍ଷ୍ୟ କହିଲେ ନଡ୍ଡା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡିଶା ଖବର:

Sponsored
People of Odisha want to change the government of 24 years: J. P. Nadda | Argus News