Videos
|
Odisha

ଆଜିଠୁ ଆରମ୍ଭ ହେଲା ପିତୃପକ୍ଷ

Rashmita Mishra
Browse all articles by Rashmita Mishra
·1 year ago·2 min read
ଆଜିଠୁ ଆରମ୍ଭ ହେଲା ପିତୃପକ୍ଷ

Key Points

ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ।

ଆରମ୍ଭ ହେଲା ପିତୃପକ୍ଷ । ଭାଦ୍ରବ ମାସ ପୂର୍ଣ୍ଣିମାରୁ ପିତୃପକ୍ଷ । ଆଶ୍ୱିନ ମାସ ଅମାବାସ୍ୟା ପର୍ଯ୍ୟନ୍ତ ପାଳନ ହୋଇଥାଏ ଅପରପକ୍ଷ । ୧୫ ଦିନ ପର୍ଯ୍ୟନ୍ତ ପିତୃପକ୍ଷଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରୟାସ କରାଯାଇଥାଏ । ବିଶ୍ୱାସ ରହିଅଛି ଏହି ସମୟରେ ସମସ୍ତ ପିତୃପୁରୁଷ ଶ୍ରାଦ୍ଧ, ପିଣ୍ଡଦାନକୁ ଅପେକ୍ଷା କରିଥାନ୍ତି । ଏଣୁ ଶ୍ରଦ୍ଧାର ସହ ଏହି ସମୟରେ ରୀତିନୀତି ଅନୁସାରେ କରାଯାଇଥାଏ ଶ୍ରାଦ୍ଧ । ପିତୃ ପୁରୁଷମାନେ ସେମାନଙ୍କ ବଂଶଧର ମାନଙ୍କ ଦ୍ୱାରା କରାଯାଇଥିବା ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡ ଦାନ ଇତ୍ୟାଦିରେ ସନ୍ତୁଷ୍ଟ ହୋଇ ସେମାନେ ବଂଶ ବୃଦ୍ଧି, ସୁଖ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରିଥାନ୍ତି ।

ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ, ଇନ୍ଦ୍ରଦ୍ୟୁମ୍ନ ଓ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନକରି ତିଳତର୍ପଣ କରିବେ। ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ୧୫ ଦିନକୁ ପିତୃପକ୍ଷ କୁହାଯାଏ। ଏହି ପିତୃପକ୍ଷ ତିଥିରେ ତାଙ୍କ ଉତ୍ତରପୁରୁଷମାନେ ତୀର୍ଥ ପୁଷ୍କରିଣୀରେ ତିଳତର୍ପଣ ସହ ମହାଳୟା ବିଧିରେ ଶ୍ରାଦ୍ଧ ପ୍ରଦାନ କରିଥାନ୍ତି।

ଏହି ଅପରପକ୍ଷ ବା ପିତୃ ପକ୍ଷ ସମୟରେ ଅନେକ ନିୟମ ନିଷ୍ଠା ରହିଛି । ପିତୃପକ୍ଷ ସମୟରେ ଖିଅର ହେବା ସମ୍ପୂର୍ଣ୍ଣ ନିଷିଦ୍ଧ ରହିଥିବା ବେଳେ ଏହି ସମୟରେ ନଖ ମଧ୍ୟ କଟାଯିବା ବାରଣ ରହିଛି । ଏପରିକି ଅପର ପାଗରେ ଅର୍ଥାତ ବାହାରେ ଭୋଜନ କରିବା ସମ୍ପୂର୍ଣ ନିଷିଦ୍ଧ ଅଟେ।ସେହିପରି ତିଳ ତର୍ପଣ ,ଶ୍ରାଦ୍ଧ ଓ ପିଣ୍ଡଦାନ କରିବା ସମୟରେ ସମ୍ପୂର୍ଣ୍ଣ ଶୁଦ୍ଧପୂତ ଭାବେ ରହିବାର ବିଧି ମଧ୍ୟ ରହିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: