Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago·2 min read
ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା

ଅର୍ଗସ ବ୍ୟୁରୋ : ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ! ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ତେବେ ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । ଏପଟେ ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନ ପତ୍ର ଢାଞ୍ଚା ରେ ପରିବର୍ତ୍ତନ ନେଇ ସିଏଚ୍‌ଏସ୍‌ଇ କହିଛି, "ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି ।  "୨୦୨୫ ରେ ଯୁକ୍ତଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରଛାତ୍ରୀ (୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର) ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ ।

ଅଧିକ ପଢନ୍ତୁ : କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀ କରିବେ ଆବେଦନ

ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଉଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ/ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ସେହିଭଳି ୨୦୨୨ ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଦର୍ଶାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
plus 2 exam from 15 january | Argus News