Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ

Odisha

ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ

Smruti Parija
Browse all articles by Smruti Parija
·2 years ago·1 min read
ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ

ଭୁବନେଶ୍ୱର: ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ପାଇଁ ଜାରି ହେଲା ଗୁରୁତ୍ୱପୂର୍ଣ୍ଣ ସୂଚନା । ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ । ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି । ମୋଟ ୧ ଲକ୍ଷ ୮୬ ହଜାର ୮୮୯ ଜଣ ଛାତ୍ର ପରୀକ୍ଷା ଦେଉଥିବା ବେଳେ ଛାତ୍ରୀଙ୍କ ସଂଖ୍ୟା ୧ ଲକ୍ଷ ୯୯ ହଜାର ୩୬୧ ରହିଛି । 

ମୋଟ କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି । ପରୀକ୍ଷା ସମୟରେ କିମ୍ବା ପୂର୍ବରୁ ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନ ପତ୍ରକୁ ବିଶ୍ୱାସ ନ କରିବାକୁ ପରାମର୍ଶ ଦେଲେ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ମୋଟ ୧୯ଟି ସିଟିଂରେ ହେବ ପରୀକ୍ଷା । ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ହିଁ ପରୀକ୍ଷା ହେବ ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
plus-two-exam-starts-from-tomorrow | Argus News