ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ। ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରିଯିବେ।
ସ୍ୱାଗତ ଭାଷଣରେ ଭାରତ ବିକାଶରେ ପ୍ରବାସୀଙ୍କ ଭାଗିଦାରୀ ବଢେଇବାକୁ ଆହ୍ୱାନ ଦେଇଥିଲେ ମାଣ୍ଡଭ୍ୟ। ବିଶେଷ କରି ଦେଶ ବିଦେଶରେ ଯୁବ ନେତୃତ୍ୱର ବିକାଶ ଏବଂ ଏକ ଲକ୍ଷ ଯୁବ ନେତୃତ୍ୱ ତିଆରି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।
📱 Get Argus News App
✨ଏପଟେ ଭୁବନେଶ୍ୱରରେ ପ୍ରବାସୀ ମହାକୁମ୍ଭର ଭବ୍ୟ ଶୁଭାରମ୍ଭ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସମ୍ମିଳନୀର ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଉଦଘାଟନ କରିଛନ୍ତି।