Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାୱାର ସୋ

Smruti Parija
Browse all articles by Smruti Parija
·2 years ago·1 min read
ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାୱାର ସୋ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ରବିବାର ରାତିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାତିରେ ସେ ରାଜ ଭବନରେ ବିଶ୍ରାମ ନେଇଛନ୍ତି । ଆଜି ସେ ରାଜ୍ୟ ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପରେ ପ୍ରଧାନମନ୍ତ୍ରୀ ଗଞ୍ଜାମ ଓ ନବରଙ୍ଗପୁରରେ ଆୟୋଜିତ ଜନ ସମାବେଶରେ ଯୋଗଦେବେ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରବିବାର ରାତିରେ ବିମାନବନ୍ଦରରେ ପହଞ୍ଚିବା ପରେ ବାହାରେ ମୋଦିଙ୍କ ଗୋଟିଏ ଝଲକ ପାଇବାକୁ ଜନତାଙ୍କ ଗହଳି ଦେଖିବାକୁ ମିଳିଥିଲା। ବିମାନବନ୍ଦରରୁ ରାଜଭବନ ଯାଏଁ ରାସ୍ତାର ଉଭୟପାର୍ଶ୍ବ ଜନ ସମୁଦ୍ର ପାଲଟିଥିଲା। 

ରବିବାର ରାତି ପ୍ରାୟ ସାଢ଼େ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରୁ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସେଠାରେ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ପ୍ରଧାନମନ୍ତ୍ରୀ ରାଜଭବନ ଅଭିମୁଖେ ଯାଇଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ରାସ୍ତାର ଦୁଇ ପାର୍ଶ୍ବ ଲୋକାରଣ୍ୟ ହୋଇଥିଲା। 

ମୋଦି ହାତ ହଲାଇ ଲୋକଙ୍କ ଅଭିବାଦନ ଗ୍ରହଣ କରିଥିଲେ। ଆଜି ପ୍ରଧାନମନ୍ତ୍ରୀ ଗଞ୍ଜାମ ଜିଲ୍ଲା ଗୋପାଳପୁର ନିର୍ବାଚନଣ୍ଡଳୀ କନିଷି ପଡ଼ିଆରେ ଆୟୋଜିତ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗଦେବେ । ସେଠାରେ ଆୟୋଜିତ ବିଶାଳ ଜନ ସମାବେଶରେ ସେ ଉଦ୍‌ବୋଧନ ଦେବେ। ତା’ପରେ ପ୍ରଧାନମନ୍ତ୍ରୀ ନବରଙ୍ଗପୁର ଗସ୍ତରେ ଯିବେ । ଚିକିଲି ପଡ଼ିଆରେ ଆୟୋଜିତ ବିଶାଳ ସମାବେଶକୁ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi begins two-day Odisha visit; scheduled to address two massive rallies at Berhampur and Nabrangpur Lok Sabha constituencies today | Argus News