Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା

Jitendra Dash
Browse all articles by Jitendra Dash
·2 years ago·1 min read
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା

ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲା ଗେରୁଆମୟ । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହହରରେ ରୋଡ ସୋ’ କରିଥିଲେ  ମୋଦି । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହାସହ ମୋଦିଙ୍କ ରୋଡ ସୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ମଧ୍ୟ ଦେଖିବାକୁ ମିଳିଛି । 

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

ଏବେ ପ୍ରଧାନମନ୍ତ୍ରୀ ଅନୁଗୁଳ ଗସ୍ତରେ କରିବେ । ସେଠାରେ ୧୦ଟା ୨୫ରେ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ । ୧୦ଟା ୩୦ରୁ ୧୧ଟା ୧୫ ସାଧାରଣ ସଭା । ୧୧ଟା ୧୫ରୁ ଅନୁଗୁଳରୁ ବାହାରି କଟକ ଯିବେ । ମଧ୍ୟାହ୍ନ ୧୨ଟାରେ ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ  । ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୫ ସାଧାରଣ ସଭା । ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
PM Modi holds roadshow in Odisha's Puri | Argus News