Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ସହିତ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

Odisha

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ସହିତ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·1 min read
ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ସହିତ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆରମ୍ଭରୁ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦି । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ପରିପ୍ରେକ୍ଷୀରେ ସେ ରାଜ୍ୟବାସୀଙ୍କୁ ଭେଟିଦେଇଛନ୍ତି ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏହା ସହ ଉକ୍ତ ଚଣ୍ଡିଖୋଲ ସଭାରେ ବର୍ତ୍ତମାନ ନିଜର ଅଭିଭାଷଣ ରଖିଛନ୍ତି । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ସହିତ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ‌ସେ କହିଥିଲେ ଯେ, ଓଡ଼ିଶାର ବିକାଶ ଓ ଦେଶର ବିକାଶରେ ବିଜୁବାବୁଙ୍କ ଯୋଗଦାନ ଅତୁଳନୀୟ ଥିଲା । 

ଆଜି ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି । ଏହା ସହ ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ ଗଗଞଚଇ ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି । ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅନ୍ୟପଟେ ସେ ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ କରିବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିଛନ୍ତି । ତେବେ ଏସବୁ ଉନ୍ନୟନମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଥିଲେ । ଏହାବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱେଶ୍ୱର ଟୁଡୁ ମଧ୍ୟ କ୍ରାର୍ୟ୍ୟକ୍ରମରେ ଉପସ୍ଥିତ ରହିଛନ୍ତି । 

Argus Whatsapp Channel Mobile Top
Sponsored
PM Modi Honors Biju Patnaik on 108th Birth Anniversary in Bhubaneswar | Argus News