Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ନବରଙ୍ଗପୁର ଚିକିଲି ପଡିଆରେ ବିଶାଳ ଜନସଭାକୁ ସମ୍ବୋଧନ କରୁଛନ୍ତି ମୋଦି

Odisha

ନବରଙ୍ଗପୁର ଚିକିଲି ପଡିଆରେ ବିଶାଳ ଜନସଭାକୁ ସମ୍ବୋଧନ କରୁଛନ୍ତି ମୋଦି

Smruti Parija
Browse all articles by Smruti Parija
·2 years ago·1 min read
ନବରଙ୍ଗପୁର ଚିକିଲି ପଡିଆରେ ବିଶାଳ ଜନସଭାକୁ ସମ୍ବୋଧନ କରୁଛନ୍ତି ମୋଦି

ନବରଙ୍ଗପୁର: ବ୍ରହ୍ମପୁର କନିଷି ପଡିଆରେ ନିର୍ବାଚନୀ ସଭାରେ ଯୋଗ ଦେବା ପରେ ଏବେ ନବରଙ୍ଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନବରଙ୍ଗପୁରରେ ପହଞ୍ଚି ସାଧାରଣ ସଭାକୁ ସମ୍ବୋଧନ କରୁଛନ୍ତି ପିଏମ୍ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନବରଙ୍ଗପୁରରେ ପହଞ୍ଚିଲେ ମୋଦି । ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ନବରଙ୍ଗପୁର ଚିକିଲି ପଡିଆରେ ଲକ୍ଷାଧିକ ଲୋକଙ୍କ ଭିଡ ଜମିଛି । 

ବ୍ରହ୍ମପୁର ନିର୍ବାଚନୀ ସଭାରେ ବିଜେଡି ସରକାର ଉପରେ ପ୍ରବଳ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି ।

ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡ଼ିଆ ସଂସ୍କୃତି ପ୍ରତି ସମର୍ପିତ ବିଜେପିର ମୁଖ୍ୟମନ୍ତ୍ରୀ ହେବ । ଓଡ଼ିଶାର ଯୁବକଙ୍କ ମଧ୍ୟରେ ପ୍ରତିଭାର କୌଣସି ଅଭାବ ନାହିଁ । ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍‌ କରିବୁ । ଯେଉଁଠି ବିଜେପିକୁ ସୁଯୋଗ ମିଳିଛି, ସେଠି ବିକାଶ ଗତିଶୀଳ ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
pm-modi-reached-at-nabrangpur | Argus News