Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି- ପ୍ରଧାନମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago·1 min read
ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି- ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଉତ୍କଳ ଦିବସ ଅବସରରେ ଓଡିଆରେ ଟ୍ୱିଟ୍ କରି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ । ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି । ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆଜି ଉତ୍କଳ ଦିବସ । 1936 ଏପ୍ରିଲ 1 । ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ନିଜକୁ ଗର୍ବିତ ଅନୁଭବ କରନ୍ତି ପ୍ରତ୍ୟେକ ଓଡ଼ିଆ । ଯେଉଁ ଦିନ ଭାଷା ଭିତ୍ତିରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ରାଜ୍ୟ । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷା ଭିତ୍ତିରେ ସ୍ବତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେ ପକାଉଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
pm-modi-wishes-on-utkal-dibasa | Argus News