Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା 10ରେ ଭୁବନେଶ୍ୱରରେ ରୋଡ୍ ସୋ' କରିବେ ମୋଦି 

Smruti Parija
Browse all articles by Smruti Parija
·2 years ago·1 min read
ଆସନ୍ତା 10ରେ ଭୁବନେଶ୍ୱରରେ ରୋଡ୍ ସୋ' କରିବେ ମୋଦି 

ଅର୍ଗସ ବ୍ୟୁରୋ: ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା 10ରେ ଭୁବନେଶ୍ୱରରେ ମୋଦି କରିବେ ରୋଡ୍ ସୋ । ସେହିପରି 11 ତାରିଖରେ ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । 

ସେହିପରି ପୂର୍ବ ସୂଚନା ମୁତାବକ ଆସନ୍ତାକାଲି ଅର୍ଥାତ୍ 5 ତାରିଖ ରାତିରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାତି 9ଟା 30ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଦିଆଯିବ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା । ହଜାର ହଜାର ସଂଖ୍ୟାରେ ଲୋକ ବିମାନ ବନ୍ଦର ବାହାରେ ମୋଦିଙ୍କୁ ସ୍ବାଗତ କରିବେ । ରାଜଭବନରେ ରାତିରେ ରହିବେ ପ୍ରଧାନମନ୍ତ୍ରୀ ମୋଦି । 

6 ତାରିଖ ସକାଳୁ ବ୍ରହ୍ମପୁର ଅଭିମୁଖେ ବାହାରି ଯିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ । ତା'ପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଉଦବୋଧନକୁ ଅପେକ୍ଷା କରିଛନ୍ତି ଓଡ଼ିଶାବାସୀ । ଓଡ଼ିଆ ଅସ୍ମିତା, ଭାଷା, ସାହିତ୍ୟ ଓ ସଂସ୍କୃତି ବିପଦରେ ପଡ଼ିଥିବା କଥା ମୋଦି କହି ସାରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ସରଗରମ ହେଲାଣି ରାଜ୍ୟ ରାଜନୀତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ରାଜନୀତି ଖବର...

Sponsored