Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବୁଗୁଡ଼ା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛି

Jitendra Dash
Browse all articles by Jitendra Dash
·2 years ago·1 min read
ବୁଗୁଡ଼ା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛି

ଅର୍ଗସ ବ୍ୟୁରୋ : ଅରୁଣ ଦୀର୍ଘ ସମୟ ଧରି ଘରକୁ ନଫେରିବା କାରଣରୁ ପରିବାର ଲୋକେ ବହୁତ ଖୋଜା ଖୋଜି କରିଥିଲେ । ପରେ ଗୋଟିଏ ଚାଷଜମି ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ତେବେ ବାରାହା ଓ ବନ୍ୟଜନ୍ତୁ ଶିକାର ଲାଗି ବିଛାଯାଇଥିବା ବିଦ୍ୟୁତ ତାର ଲାଗି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଅଭିଯୋଗ କରିଛନ୍ତି । ବୁଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ଅନୁସାରେ, ଅରୁଣ ଗତ ରାତିରେ ଚାଷ ଜମିକୁ ପାଣି ମଡେଇବା ପାଇଁ ଯାଇଥିଲେ। ଏହି ସମୟରେ ବନ୍ୟା ଜନ୍ତୁ ଶିକାର ଲାଗି ଚାଷ ଜମିରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଅରୁଣ ଦୀର୍ଘ ସମୟ ଧରି ଘରକୁ ନ ଫେରିବା କାରଣରୁ ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିଥିଲେ। ପରେ ଚାଷଜମି ନିକଟରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ତାଙ୍କୁ  ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅରୁଣଙ୍କୁ ମୃତ ଘୋଷଣା କରିଥିଲେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Polasara farmer death case | Argus News