Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Human Sagar Death / ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଅର୍ପିତାଙ୍କୁ ଗିରଫ କରିପାରିବ ନାହିଁ ପୋଲିସ

Rashmita Mishra
Browse all articles by Rashmita Mishra
·6 months ago·2 min read
ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଅର୍ପିତାଙ୍କୁ ଗିରଫ କରିପାରିବ ନାହିଁ ପୋଲିସ
Human Sagar

Key Points

ଅର୍ପିତା ଓ ସୋମେଶଙ୍କ ଅନ୍ତରୀଣ ସୁରକ୍ଷା
ବହୁ ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା
ସୋମେଶ ଓ ଅର୍ପିତା ଚୌଧୁରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା
ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ କରିପାରିବ ନାହିଁ ପୋଲିସ

ବହୁ ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ସୋମେଶ ଶତପଥୀ ଓ ଅର୍ପିତା ଚୌଧୁରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଉଭୟଙ୍କୁ ଗିରଫ କରିପାରିବ ନାହିଁ ପୋଲିସ। ତଦନ୍ତକାରୀ ସଂସ୍ଥାକୁ ଉଭୟ ସହଯୋଗ କରିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ମାମଲାର କେସ ଡାଇରୀ ଦାଖଲ କରିବା ପାଇଁ ପୋଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଫେବୃଆରୀ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଥାନାରେ ଏତଲା ଦେଇଥିଲେ ତାଙ୍କ ମାଆ ଶେଫାଳୀ ସୁନା ।

ସୂଚନାନୁଯାୟୀ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସଙ୍ଗୀତକାର ‌ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି। ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ହାଇ‌କୋର୍ଟ ପ୍ରାରମ୍ଭିକ ଶୁଣାଣି କରି ରାଜ୍ୟ ସରକାରଙ୍କୁ କେସ୍‌ ଡାଏରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ହ୍ୟୁମାନଙ୍କ ମା’ ତଥା ଏତଲାକାରୀ ସେଫାଳି ସୁନାଙ୍କୁ ପକ୍ଷଭୁକ୍ତ କରିବାକୁ ଆବେଦନକାରୀଙ୍କୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଏଥି ସହିତ ମାମଲାର ପ୍ରତିପକ୍ଷ ନମ୍ବର-୨ ଶ୍ରୀମତୀ ସୁନାଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି ।

ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ମର୍କତନଗର ଥାନାର ଏହି ମାମଲାରେ ଆବେଦନକାରୀଙ୍କୁ ହେପାଜତକୁ ନ ନେବାକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଏଜେନ୍ସିକୁ ତଦନ୍ତରେ ଆବେଦନକାରୀ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଫେବ୍ରୁଆରି ୧୬କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ହ୍ୟୁମାନଙ୍କ ମା ସେଫାଳି ସୁନାଙ୍କ ଅଭିଯୋଗକୁ ଆଧାର କରି ମର୍କତନଗର ଥାନାରେ ଡିସେମ୍ବର ୨୧‌ରେ ସୋମେଶ, ଅର୍ପିତାଙ୍କ ସମେତ ୯ଜଣଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିଲା। ପରବର୍ତ୍ତୀ ସମୟରେ ସୋମେଶ ଓ ଅର୍ପିତାଙ୍କ ତରଫରୁ ଏକତ୍ର ଏକ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଦାୟର କରାଯାଇଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Human Sagar | Police Cannot Arrest Arpita Until Next Hearing, Court Orders | Argus News