Abhijeet Majumdar / ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ

Key Points
ପରଲୋକରେ ଅଭିଜିତ ମଜୁମଦାର । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍ଙ୍କ ଦେହାନ୍ତ । ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍ ।
ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ICUରେ ଭର୍ତ୍ତି ହୋଇଥିଲେ। ସେ ଅକ୍ଟୋବର ୨୩ ତାତିଖରୁ ICUରୁ ବାହାରି ଜେନେରାଲ ମେଡିସିନ ୱାର୍ଡରେ ଚିକିତ୍ସିତ ହେଉଥିଲେ।
ଫୁସଫୁସ ସଂକ୍ରମଣରେ ଗୁରୁତର ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏକାଧିକ ରୋଗରେ ମଧ୍ୟ ସଂକ୍ରମଣ ହୋଇଥିଲେ। କିଛି ଦିନ ପୂର୍ବରୁ ଖବର ଆସିଥିଲା ସୁସ୍ଥ ହେଉଛନ୍ତି କଣ୍ଠଶିଳୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କର ସବୁ ଅଙ୍ଗ ପ୍ରତ୍ୟଙ୍ଗ ଭଲ ରହିଛି । ଏନେଇ ସୂଚନା ଦେଇଥିଲେ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକ। ଦୀର୍ଘ ଦିନ ଧରି କୋମାରେ ଥିଲେ ଅଭିଜିତ । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଆଇସିୟୁରେ ଥିଲେ ଅଭିଜିତ। ତାପରେ ସମସ୍ତ ବିପଦରୁ ମୁକ୍ତ ଥିବା ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଥିଲେ । ତାପରେ ସେ ଭଲ ହୋଇ ଘରକୁ ଫେରିଥିଲେ । ଗତ କାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରମାନେ ଯେତେ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ପାରିନଥିଲେ ।
ଅଭିଜିତ ମଜୁମଦାରଙ୍କ ଜନ୍ମ ୧୧ ସେପ୍ଟେମ୍ବର ୧୯୭୧ । ସେ ଜଣେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ପ୍ରସ୍ତୁତ କରିଛନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା । ଅଭିଜିତ୍ ମଜୁମଦାର ପ୍ରଥମେ ଜଣେ ଅଧ୍ୟାପକ ଥିଲେ, ମାତ୍ର ୧୯୯୬ ମସିହାରେ ସଙ୍ଗୀତ କ୍ଷେତ୍ରରେ କାମ କରିବା ପାଇଁ ଚାକିରିରୁ ଇସ୍ତଫା ଦେଇ କଟକରେ ପହଞ୍ଚିଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ର, ଆଲବମ୍ ଏବଂ ସମ୍ବଲପୁରୀ ଇଣ୍ଡଷ୍ଟ୍ରି ପାଇଁ ୭୦୦ରୁ ଅଧିକ ଗୀତ ନିର୍ମାଣ କରିଛନ୍ତି ।
କଥାଚିତ୍ର ଓ ଆଲବମ୍ ବ୍ୟତୀତ ଅଭିଜିତ କିଛି ଦୂରଦର୍ଶନରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବିଭିନ୍ନ ଟିଭି ଚ୍ୟାନେଲରେ ଅନ୍ତାକ୍ଷରୀ କାର୍ଯ୍ୟକ୍ରମର ଉପସ୍ଥାପକ ତଥା ବିଚାରକ ଭାବରେ କାର୍ଯ୍ୟ କରିଛନ୍ତି । ତରଙ୍ଗ ଟିଭିରେ ମେଲୋଡି ନାଇଟ୍ସ୍ ଉଇଥ୍ ଅଭିଜିତ୍ ମଜୁମଦାର, ଲକ୍ଡାଉନ୍ ଅନ୍ତାକ୍ଷରୀ, ବ୍ୟାଣ୍ଡ୍ ବାଜା ବାରାତ୍ ଉଇଥ୍ ଅଭିଜିତ ମଜୁମଦାର ଭଳି କାର୍ଯ୍ୟକ୍ରମର ଉପସ୍ଥାପନା କରିଛନ୍ତି ।
📱 Get Argus News App
✨Related Topics
Explore more stories