Videos
|
Odisha

ଆସିଲା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ

Ritu Das
Browse all articles by Ritu Das
·2 years ago
ଆସିଲା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଅର୍ଗସ ବ୍ୟୁରୋ: ସାମ୍ୱାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ଘଟଣାରେ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ। ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ରହିଛି ଏକାଧିକ କ୍ଷତ। ଅର୍ଥାତ ଟ୍ରେନ୍ ଆଗକୁ ଡେଇଁବା ପରେ କିଛି ବାଟ ଘୋଷାଡ଼ି ହୋଇ ଯାଇଥିଲେ। ଏହାପରେ ବି କିଛି ସମୟ ବଞ୍ଚିଥିଲେ ମଧୁମିତା। ଏକାଧିକ କ୍ଷତ ପାଇଁ ପରେ ତାଙ୍କର ମୃତ୍ୟୁ ହୋଇଛି।

ଗତ ବୁଧବାର ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ ମଧୁମିତା। ସ୍ୱାମୀ ଶ୍ରୀଧର ଜେନାଙ୍କ ପରକୀୟା ପ୍ରିତିକୁ ନେଇ ମର୍ମାହତ ହୋଇ ଆତ୍ମହତ୍ୟା କରିଥିବା କଥା ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ଭିଡିଓ କରି ସେୟାର କରିଥିଲେ। ଘଟଣାରେ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରି ତଦନ୍ତ କରୁଛି ପୋଲିସ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Postmortem report | Argus News