Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ପୌଷପୂର୍ଣ୍ଣିମା; ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

Odisha

ପୌଷପୂର୍ଣ୍ଣିମା; ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

Smruti Parija
Browse all articles by Smruti Parija
·1 year ago·1 min read
ପୌଷପୂର୍ଣ୍ଣିମା; ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

Key Points

ଆଜି ପବିତ୍ର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ ।

ପୁରୀ: ଆଜି ପବିତ୍ର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ପୂର୍ବଦିନରୁ ଅର୍ଥାତ ଗତକାଲି, ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ ।


ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ। ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୂଜ, ହରିଡାମାଳ, ବାହାଡା ମାଳ, ସେବତୀମାଳ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ‌ ଉତ୍ସବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ । ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ । ତେବେ ବର୍ଷକ ମଧ୍ୟରେ ୫ଥର ମହାପ୍ରଭୁ ସୁନେବେଶରେ ଦର୍ଶନ ଦେଉଥିବା ବେଳେ ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି ।

Argus Whatsapp Channel Mobile Top
Sponsored
poush-purnima-mahaprabhu-gives-darshan-in-golden-attire | Argus News