Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ନିଆଳି ମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ଗଲା ପଢୁଆଁ ଭାର

Odisha

ନିଆଳି ମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ଗଲା ପଢୁଆଁ ଭାର

Smruti Parija
Browse all articles by Smruti Parija
·2 years ago·1 min read
ନିଆଳି ମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ଗଲା ପଢୁଆଁ ଭାର

କଟକ:  କାଲି ପ୍ରଥମାଷ୍ଟମୀ । ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତି ହେବାର କାର୍ଯ୍ୟକ୍ରମ ରହିଛି । ସେପଟେ ମାମୁଁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ବାହାରିଲା ପଢ଼ୁଆଁ ଭାର । ପଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ ।

ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରୁଛନ୍ତି । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prathamastami bhara is to be sent from Shree Madhab temple in Niali to Srimandira | Argus News