Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି

Banajyotshna Ray
Browse all articles by Banajyotshna Ray
·2 years ago·1 min read
ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି

ଅର୍ଗସ ବ୍ୟୁରୋ:  ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି। ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । ଜନତା ମୈଦାନରେ ଏସପିଜି ଟିମ ସମେତ ଜଣେ ଡିଆଇଜି ର୍ୟାଙ୍କର ଅଧିକାରୀ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ, ଗୁଇନ୍ଦା ନିର୍ଦେଶକ, ପୋଲିସ କମିଶନର ଓ ଭୁବନେଶ୍ବର ଡିସିପି ଉପସ୍ଥିତି ରହି ତନ୍ନତନ୍ନ ଯାଞ୍ଚ କରିଛନ୍ତି। କଡାସୁରକ୍ଷା ବଳୟ ଭିତରେ ଭୁବନେଶ୍ବର ଥିବା କହିଛନ୍ତି ପୋଲିସ ଡିଜି । ବିମାନବନ୍ଦର, ପାର୍ଟି ଅଫିସ, VVIP ରହଣି ସ୍ଥଳୀ ଓ ଉତ୍ସବସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏହାସହ ଟ୍ରାଫିକ୍ ଓ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ  ଓ ବହୁ ବିଶିଷ୍ଟ ବ୍ୟକ୍ତି ହେବେ ସାମିଲ । 

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତଦାରଖ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଦୁଇ ବରିଷ୍ଠ ନେତା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟପ୍ରଦେଶର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିଶ୍ୱାସ କୈଳାଶ ସାରଙ୍ଗ ଏବଂ ମଧ୍ୟପ୍ରଦେଶ ବିଜେପିର ପୂର୍ବତନ ସଂଗଠନ ମନ୍ତ୍ରୀ ଆଶୁତୋଷ ତିୱାରୀ ପହଞ୍ଚିଛନ୍ତି | ଶପଥ ଗ୍ରହଣ କାର୍ଯ୍ୟକ୍ରମର ତଦାରଖ କରିବେ ଏହି ଦୁଇ ବରିଷ୍ଠ ନେତା । ଭୁବନେଶ୍ୱରରେ ରହି କାର୍ଯ୍ୟକ୍ରମ ପରିଚାଳନା କରିବାକୁ ଆସିଛନ୍ତି ଏହି ଦୁଇ ନେତା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Preparations for the swearing-in ceremony of the new BJP Chief Minister | Argus News