Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି: ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ

Ritu Das
Browse all articles by Ritu Das
·2 years ago·1 min read
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି: ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ

ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ । ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ। ଜୟଦେବ ଭବନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। 

ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ଆଜି ରାଜଭବନରେ ରାତ୍ରିଯାପନ କରିବେ । କାଲି ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆସନ୍ତାକାଲି ପୁରୀ ଯାଇ ରଥଟଣା ଦେଖିବେ ରାଷ୍ଟ୍ରପତି । ଓଡ଼ିଆଙ୍କ ପରିଚୟ ଜଗନ୍ନାଥଙ୍କ ପାଖରେ ପ୍ରଣତି ବାଢ଼ିବେ । ସେଥିପାଇଁ ରଥରେ ପ୍ରବଳ ଭିଡ଼ ଓ ମହାମହିମଙ୍କ ଆଗମନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି । ଚଳିତ ଥର ଅତ୍ୟାଧୁନିକ ଡ୍ରୋନ୍ ମାଧ୍ୟମରେ ଭିଡ଼ ନିୟନ୍ତ୍ରଣ ଉପରେ ରହିବ କଡ଼ା ନଜର । ୧୮ ଟି ପାର୍କିଂ ସ୍ଥଳକୁ ଚିହ୍ନଟ କରାଯାଇଛି । ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଫଙ୍କସନ ସହ ବେଳାଭୂମି ସୁରକ୍ଷା ଉପରେ ମଧ୍ୟ ରହିବ ନଜର ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୧୮୦ ପ୍ଲାଟୁନ ପୋଲିସ୍ ଫୋର୍ସ , ୨ ପ୍ଲାଟୁନ ଓଏସଏଏଫ୍ ଓ ୫ ପ୍ଲାଟୁନ ଆରଏଏଫଙ୍କ  ସୁରକ୍ଷା ବଳୟରେ ରହିବ ଶ୍ରୀକ୍ଷେତ୍ର । ସେଇଭଳି ବେଳାଭୂମିରେ ମୁତୟନ ହେବ ଅତିରିକ୍ତ ୪୦୦ ଲାଇଫ ଗାର୍ଡ । 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Sponsored
President arrives | Argus News