୨୭ ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ ରାଷ୍ଟ୍ରପତି

Key Points
ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଅନ୍ତିମ ଦିନରେ ଜନତା ମଇଦାନରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଅନ୍ତିମ ଦିନରେ ଜନତା ମଇଦାନରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି । କାର୍ଯ୍ୟକ୍ରମରେ ୨୭ ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ । ଏହା ପୂର୍ବରୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ଅଧିବେଶନରେ ‘ପ୍ରବାସୀ ଭାରତୀୟ ସଂଳାପ: ସଂସ୍କୃତି, ସଂଯୋଗ ଓ ସମ୍ପର୍କର କାହାଣୀ’ ଉପରେ ଆଲୋଚନା ହେବ ।
ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ରାଷ୍ଟ୍ରପତି ପ୍ରାୟ ୫ ଘଣ୍ଟା ସମୟ ବିତାଇବେ । ଏହାପରେ ବିମାନବନ୍ଦର ଅଭିମୁଖେ ବାହାରିବେ ରାଷ୍ଟ୍ରପତି । ଗତକାଲି ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ପାରମ୍ପରିକ ଓ ସାଂସ୍କୃତିକ ଗୀତ, ନୃତ୍ୟ ଓ ବାଦ୍ୟ ସହ ତାଙ୍କୁ ସ୍ବାଗତ କରାଯାଇଥିଲା ।
📱 Get Argus News App
✨ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରବାସୀ ଭାରତୀୟ ଦିବସରେ ଗରିମାମୟ ଉପସ୍ଥିତି ପାଇଁ କୃତଜ୍ଞତା ଜଣାଇଲେ । ଆପଣଙ୍କ ଉପସ୍ଥିତି କାର୍ଯ୍ୟକ୍ରମକୁ ଆହୁରି ସଫଳ ଏବଂ ସ୍ଵତନ୍ତ୍ର କରିପାରିଛି । ଆପଣଙ୍କ ମାର୍ଗଦର୍ଶନ ପ୍ରବାସୀ ଭାରତୀୟଙ୍କ ମନରେ ନୂଆ ଆଶା ଭରିଦେଇଛି । ଉତ୍ସାହ, ଉଦ୍ଦୀପନା ଭରିଦେବା ସହ ବିକଶିତ ଭାରତ ନିର୍ମାଣ ପାଇଁ ଅନୁପ୍ରାଣିତ କରିଛି । ଏଥିପାଇଁ ବ୍ୟକ୍ତିଗତ ଭାବେ ଆପଣଙ୍କୁ କୃତଜ୍ଞତା ଜଣାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।