Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

President Droupadi Murmu / 'ଏଇ ଗୃହରେ ମୁଁ ପ୍ରଶ୍ନ ପଚାରିଛି, ଉତ୍ତର ବି ଦେଇଛି'

Satyendu Sekhar Mishra
Browse all articles by Satyendu Sekhar Mishra
·7 months ago·2 min read
'ଏଇ ଗୃହରେ ମୁଁ ପ୍ରଶ୍ନ ପଚାରିଛି, ଉତ୍ତର ବି ଦେଇଛି'

Key Points

ରାଷ୍ଟ୍ରପତି କହିଲେ, 'ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ନିଶ୍ଚିତ ଭାବେ ଏହି ଓଡ଼ିଶା ବିଧାନସଭା ଗୃହର ।
'ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନଥିଲେ ଏଠି ପହଞ୍ଚି ପାରିନଥାନ୍ତି' ।

ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ । ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି, 'ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ । ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି । କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ମୋ ପାଇଁ ନିଶ୍ଚିତ ନିଆରା । ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ନିଶ୍ଚିତ ଭାବେ ଏହି ଓଡ଼ିଶା ବିଧାନସଭା ଗୃହର । ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନଥିଲେ ଏଠି ପହଞ୍ଚି ପାରି ନଥାନ୍ତି' ।

'ଏହି ଓଡ଼ିଶା ବିଧାନସଭା ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି । ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି । ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି । ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଅବିଭୂତ। ଏହି କଳିଙ୍ଗ, ଚଣ୍ଡାଶୋକଙ୍କୁ ଧର୍ମାଶୋକ କରିଛି ।
ବିଧାନସଭା ଗୃହରେ, ମହତାବ, ବିଜୁ ପଟ୍ଟାନୟକଙ୍କ ସମେତ ଓଡ଼ିଶାର ଅନେକ ବରପୁତ୍ରଙ୍କୁ ମନେପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ସେ କହିଥିଲେ, 'ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢ଼ିଛି । ଆଜି ବିଧାନସଭାକୁ ଜଣେ ମହିଳା ବାଚସ୍ପତି ଚଳାଉଛନ୍ତି । ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢ଼େଇରୁ ଅନେକ ଶିକ୍ଷା ମିଳିଛି ।
'ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ । ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାର ଆବଶ୍ୟକତା ରହିଛି । ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ' ।
'ଏହା ବିକଶିତ ଭାରତର ପରିକଳ୍ପନା ପାଇଁ ସମ୍ଭବ । ପ୍ରଜାମାନେ ଅନେକ ସ୍ବପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି । ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ । ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ । କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି' ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
President Droupadi Murmu | President Draupadi Murmu in Odisha Assembly | Argus News