Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Ritu Das
Browse all articles by Ritu Das
·2 years ago·1 min read
୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅର୍ଗସ ବ୍ୟୁରୋ: ଦିନକ ପରେ 28 ତାରିଖରେ 4 ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଜନ୍ମମାଟି ମୟୂରଭଞ୍ଜରେ ଦୁଇ ଦିନ ରହଣି ସାଙ୍ଗକୁ କେନ୍ଦୁଝର, କଟକ, ଭୁବନେଶ୍ବର, ବ୍ରହ୍ମପୁର ଓ ସମ୍ବଲପୁରଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । 28 ତାରିଖରେ ରାଞ୍ଚିରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରିବେ। ରାଇରଙ୍ଗପୁରରେ ଅପରାହ୍ନ 4ଟା 45 ମିନିଟରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି। 

29 ତାରିଖରେ ଖିଚିଂ ଯାଇ ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ କିଚକେଶ୍ବରୀଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ପରେ ଖିଚିଂରୁ ବାହାରି କଦଳୀବାଡି ଗାଁକୁ ଯିବେ । ସେଠାରେ ଅବହେଳିତ ଜନଜାତି ଗୋଷ୍ଠୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତାପରେ କେନ୍ଦୁଝର ଗସ୍ତ କରି ଧରଣୀଧର ବିଶ୍ବବିଦ୍ୟାଳୟରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନା ଚକ୍ରକୁ ଉଦଘାଟନ କରିବେ ମହାମହିମ । ସେଠାରୁ ସନ୍ଧ୍ୟାରେ ଭୁବନେଶ୍ବର ଆସି ଉତ୍କଳ ବିଶ୍ବବିଦ୍ୟାଳୟରେ 53ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ରାଜଭବନରେ ରାତ୍ରି ଯାପନ ପରେ ମାର୍ଚ୍ଚ 1 ତାରିଖ ସକାଳ 9ଟାରେ ଭୁବନେଶ୍ବରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର ଯିବେ ରାଷ୍ଟ୍ରପତି। ବ୍ରହ୍ମପୁର ବିଶ୍ବବିଦ୍ୟାଳୟର 25ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ମାର୍ଚ୍ଚ 2 ତାରିଖରେ ସମ୍ବଲପୁର ଓ ରେଢାଖୋଲରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମାଡାମ୍ ପ୍ରେସିଡେଣ୍ଟ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi | Argus News