Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Key Points

ଆଜି ଅପରାହ୍ନରେ ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚି ରାଜଭବନ ଦେଇ ସିଧାସଳଖ ଭୁବନେଶ୍ଵର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଅଭିଭାଷଣ ରଖିବା ସହିତ ମୋଟ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ୍ ପ୍ରଦାନ କରିବେ ।

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଟକ ଓ ଭୁବନେଶ୍ବରରେ ରାଷ୍ଟ୍ରପତିଙ୍କ ଅନେକ କାର୍ଯକ୍ରମ ରହିଛି । ଆଜି ଅପରାହ୍ନରେ ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚି ରାଜଭବନ ଦେଇ ସିଧାସଳଖ ଭୁବନେଶ୍ଵର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଅଭିଭାଷଣ ରଖିବା ସହିତ ମୋଟ ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ୍ ପ୍ରଦାନ କରିବେ । ସେହିପରି ୩୧ ଜଣ କୃତି ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଭାଗରେ ସଫଳତା ପାଇଁ ୫୯ଟି ସ୍ଵର୍ଣ୍ଣ ପଦକ ପ୍ରଦାନ କରିବେ ।


ମହାମହିମଙ୍କ ଗସ୍ତକୁ ନେଇ ଭୁବନେଶ୍ଵର ଏମ୍ସରେ ପ୍ରସ୍ତୁତି ଶେଷ । ସେପଟେ ଆସନ୍ତାକାଲି କଟକରେ ପାଞ୍ଚଟି କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରେଭେନ୍ସା ବିଶ୍ବବିଦ୍ୟାଳୟର ୧୩ ତମ ସମାବର୍ତ୍ତନ ଉତ୍ସବରେ 2023, 24 ଓ 25 ପାଇଁ ମୋଟ 329 ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସ୍ଵର୍ଣ୍ଣପଦକ ଓ ପୁରସ୍କାର ପ୍ରଦାନ କରିବେ । ଭର୍ତ୍ତୃହରି ମହତାବଙ୍କ ସହ ମୋଟ 4 ଜଣଙ୍କୁ ସମ୍ମାନଜନକ ଡିଲିଟ ଉପାଧି ପ୍ରଦାନ କରାଯିବ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Draupadi Murmu is visiting Odisha today | Argus News