Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Smruti Parija
Browse all articles by Smruti Parija
·1 year ago·2 min read
ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ:  ଆସନ୍ତା ଡ଼ିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ମଧ୍ୟ ଯୋଗ ଦେବେ ରାଷ୍ଟ୍ରପତି । ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । 

ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ  ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି । ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ଡିଜିପି ଓ୍ବାଇ ବି ଖୁରାନିଆ । ସୁରକ୍ଷା ଦାୟିତ୍ବରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। 

ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି । ସେହିପରି ଭିଆଇପି ଓ ଭିଭିଆଇପିଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି କହିଛନ୍ତି ଡିଜିପି । ନୌସେନା ଦିବସ ଅବସରରେ ୨୫ ଟି ଜାହାଜ ସହ ୪୦ ଟି ଏୟାରକ୍ରାଫ୍ଟ ସୋ ଦେଖିବାର ସୁଯୋଗ ପାଇବେ ଦର୍ଶକ । ତେଣୁ ଦର୍ଶକ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ମଧ୍ୟ ଗୁରୁତ୍ବ ଦେଇଛି ପୋଲିସ ପ୍ରଶାସନ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
president-draupadi-murmu-odisha-visit-from-december-04 | Argus News