Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Odisha

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Ritu Das
Browse all articles by Ritu Das
·1 year ago
ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅର୍ଗସ ବ୍ୟୁରୋ: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରେ ପହଞ୍ଚିବା ପରେ ମହାମହିମଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କାଲି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଓ ପରେ ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମହାମହିମ। ୫ଦିନ ପାଇଁ ଓଡ଼ିଶାରେ ରହିବେ ରାଷ୍ଟ୍ରପତି।  

ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କଡାକଡି କରାଯାଇଥିବା ବେଳେ ବ୍ଲୁ ବୁକ୍ ସିକ୍ୟୁରିଟି ଆଧାରରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଥମେ ରାଷ୍ଟ୍ରପତିଙ୍କ କାରକେଡ୍ ସମଙ୍ଗ ହେଲିପ୍ୟାଡରୁ ବାହାରି ଶ୍ରୀସେତୁ ଦେଇ ଜେବିପିସି ଓ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିବ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
President | Argus News