Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

President Droupadi Murmu / ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Rashmita Mishra
Browse all articles by Rashmita Mishra
·8 months ago·2 min read
ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Key Points

ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ପୂର୍ବାହ୍ନ ୧୧ଟା ୫୦ ମିନିଟରେ ରାଷ୍ଟ୍ରପତି ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ବାହାରିବେ ।
ଦିନ ୨ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନ ଯିବେ ।

ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବାହ୍ନ ୧୧ଟା ୫୦ ମିନିଟରେ ରାଷ୍ଟ୍ରପତି ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ବାହାରିବେ । ଦିନ ୨ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନ ଯିବେ । ଅପରାହ୍ନ ୪ଟାରେ ରାଜଭବନସ୍ଥିତ ନୂଆ କଳିଙ୍ଗ ଅତିଥି ନିବାସର ଗୃହ ଉଦ୍ଘାଟନ କରିବେ । ଅପରାହ୍ନ ୪ଟା ୨୦ ମିନିଟରେ ଓଡ଼ିଶା ବିଧାନସଭାରେ ପହଞ୍ଚିବେ ରାଷ୍ଟ୍ରପତି ।

୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାର ସଦସ୍ୟମାନଙ୍କୁ ରାଷ୍ଟ୍ରପତି ସମ୍ବୋଧିତ କରିବେ । ୨୭ ତାରିଖ ରାତିରେ ରାଷ୍ଟ୍ରପତି ରାଜଭବନରେ ରହିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟପାଳଙ୍କ ପକ୍ଷରୁ ଆୟୋଜିତ ରାତ୍ରଭୋଜନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ । ସେ ୨୮ ତାରିଖ ସକାଳ ୯ଟା ୩୫ରେ ଭୁବନେଶ୍ଵର ବିମାନ ବନ୍ଦରରୁ ଲକ୍ଷ୍ନୌ ବାହାରିବେ ।

ସେହିପରି ଆସନ୍ତା ୨୦ ତାରିଖ ସକାଳ ୮ଟା ୨୫ ମିନିଟରେ ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ବାହାରିବେ । ସକାଳ ୧୦ଟା ୫ ମିନିଟରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଛତିଶଗଡ଼ର ଅମ୍ବିକାପୁରସ୍ଥିତ ଗାନ୍ଧି ଷ୍ଟାଡିୟମରେ ଓହ୍ଲାଇ ପିଜି କଲେଜ ପଡ଼ିଆରେ ଛତିଶଗଡ଼ ସରକାରଙ୍କ ଦ୍ୱାରା ‘ଜନ ଜାତୀୟ ଗୌରବ’ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । କାର୍ଯ୍ୟକ୍ରମ ସରିବା ପରେ ପୁଣି ଝାରସୁଗୁଡ଼ା ବିମାନବନ୍ଦର ଦେଇ ସେହିଦିନ ଅପରାହ୍ନ ୧ଟା ୪୫ ମିନିଟରେ ଆନ୍ଧ୍ରପ୍ରଦେଶ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ ବସିଥିଲା । ଅପରାହ୍ନରେ ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରପତିଙ୍କ ସୁରକ୍ଷା, ରାଜଭବନରେ ରହଣି, କାରକେଡ୍ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ, ଆବଶ୍ୟକ ପାସ୍ ବ୍ୟବସ୍ଥା ଉପରେ ବୈଠକରେ ଆଲୋଚନା ହୋଇଥିଲା ।

ମୁଖ୍ୟ ଶାସନ ସଚିବଙ୍କ ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ, ଅଗ୍ନିସେବା ଡିଜି ଡଃ ସୁଧାଂଶୁ ଷଡ଼ଙ୍ଗୀ, ପୁଲିସ କମିଶନର ଏସ୍. ଦେବଦତ୍ତ ସିଂହ ଓ ବିଭିନ୍ନ ବିଭାଗର ସଚିବ ଏବଂ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଯେପରି ତ୍ରୁଟିଶୂନ୍ୟ ରହିବ, ସେ ନେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ ବିଭିନ୍ନ ବିଭାଗ ସହ ଆଲୋଚନା କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Droupadi Murmu | President Droupadi Murmu to Visit Odisha on November 27 | Latest Odisha News | Argus News