Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

President Droupadi Murmu / ଆସନ୍ତା ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Rashmita Mishra
Browse all articles by Rashmita Mishra
·7 months ago·1 min read
ଆସନ୍ତା ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Key Points

ଆସନ୍ତା ୨୭ରେ 2 ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।
ବିଧାନସଭାର ସପ୍ତଦଶ ଅଧିବେଶନକୁ ସମ୍ବୋଧନ କରିବେ ମହାମହିମ । 
୨୮ ତାରିଖରେ କରିବେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ ।

ଆସନ୍ତା ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ।ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୭ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ରାଷ୍ଟ୍ରପତି ୨୭ ତାରିଖରେ ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧନ କରିବେ । ସେହିଦିନ ରାଜଭବନରେ ରାତ୍ରୀଯାପନ କରିବେ । ୨୮  ତାରିଖରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଶେଷ କରି ପୁଣି ଥରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।   

ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନର ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ୨୮ରେ ଗୃହରେ ସରକାର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଗୃହରେ ଉପସ୍ଥାପିତ କରିବେ। ଏହା ଉପରେ ଡିସେମ୍ବର ୪, ୫ ଓ ୬ରେ ଆଲୋଚନା ହେବ । ୮ ତାରିଖରେ ଏ ସଂପର୍କିତ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଆଗତ ହେବ। ବିଧାନସଭାର ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ଯାଏ ଚାଲିବ। ତେବେ ଏହି ଅଧିବେଶନ ବେଶ ସରଗରମ ହେବ ବୋଲି ଅନୁମାନ କରାଯାଉଛି । ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ଗୃହକୁ ସମ୍ବୋଧିତ କରିବା ବେଶ ଉଲ୍ଲେଖନୀୟ ଘଟଣା ହେବ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Droupadi Murmu | President Droupadi Murmu to Visit Odisha on 27th – Security Tightened and Preparations Underway | Argus News