IGNOU Regional Centre / ଜନଜାତି ଅଞ୍ଚଳରେ ଶିକ୍ଷା ବିପ୍ଳବ, ରାଷ୍ଟ୍ରପତିଙ୍କ ଦ୍ୱାରା ଇଗ୍ନୋ ଆଞ୍ଚଳିକ ଓ ଦକ୍ଷତା କେନ୍ଦ୍ର ଲୋକାର୍ପିତ
·6 months ago·2 min read

Key Points
ମୟୂରଭଞ୍ଜ ପାଇଁ ଶିକ୍ଷାର ନୂଆ ଅଧ୍ୟାୟ
ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ ଓ ଦକ୍ଷତା କେନ୍ଦ୍ର ଲୋକାର୍ପିତ
AI ଯୁଗ ପାଇଁ ଯୁବପିଢ଼ି ପ୍ରସ୍ତୁତ

ଇଂରାଜୀ ନୂଆବର୍ଷର ଶୁଭ ଅବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ଗୁରୁବାର ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଆଭାସୀ ମାଧ୍ୟମରେ ଉଦଘାଟନ ହୋଇଛି ।
ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ସ୍କିଲିଂ ଫର୍ ଏଆଇ ରିଡନେସ୍(ସୋର୍) ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅଧୀନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଅଭିଭାଷଣ ରଖି କହିଛନ୍ତି ଯେ ରାଇରଙ୍ଗପୁରରେ ଇଗ୍ନୋର ଏହି ନୂତନ କେନ୍ଦ୍ର ପ୍ରତିଷ୍ଠା ଦ୍ୱାରା ସମାଜରେ ରୋଜଗାର ଓ ଉଦ୍ୟମିତା ବୃଦ୍ଧି ପାଇବ । ପ୍ରଥମ ଥର ପାଇଁ ଇଗ୍ନୋ ମାଧ୍ୟମରେ ଶିକ୍ଷା ସହିତ ଦକ୍ଷତା ଶିକ୍ଷା ପ୍ରଦାନ କରାଯିବ । ଯାହା ଏକ ବଡ଼ ପରିବର୍ତ୍ତନ ଆଣିବ । ମହାମହିମ ରାଷ୍ଟ୍ରପତି ଜଣେ ଶିକ୍ଷୟିତ୍ରୀ ଭାବେ ନିଜ ଜୀବନର ମୂଲ୍ୟବୋଧ ଓ ସମ୍ମାନର ପରିଚୟ ଦେଇଛନ୍ତି । ତାଙ୍କ ମାର୍ଗଦର୍ଶନରେ ଏହି କେନ୍ଦ୍ରଗୁଡ଼ିକ ସମାଜର ଅନ୍ତିମ ଶ୍ରେଣୀରେ ଥିବା ଲୋକମାନଙ୍କୁ ବିଶେଷ ଭାବେ ଉପକୃତ କରିବ । ସେ କହିଛନ୍ତି ଯେ, ମୟୂରଭଞ୍ଜର ପ୍ରାକୃତିକ ସମ୍ପଦ, ବନସ୍ପତି ଓ ଶ୍ରମଶକ୍ତିର ସଠିକ୍ ବିନିଯୋଗ ପାଇଁ ସ୍ଥାନୀୟ ଜନଜାତି ଓ ଗ୍ରାମୀଣ ଜନସାଧାରଣଙ୍କୁ ଏଆଇ ଏବଂ ଆଧୁନିକ ଟେକ୍ନୋଲୋଜି ସହିତ ଯୋଡ଼ାଯିବ । ଏହା ସେମାନଙ୍କ କ୍ଷମତା ବୃଦ୍ଧି କରିବାରେ ସହାୟକ ହେବ ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି, ଭାରତ ବର୍ତ୍ତମାନ 'ଏଆଇ ଇମ୍ପାକ୍ଟ' ସମ୍ମିଳନୀ କରୁଛି । ଯେଉଁ ସମୟରେ ବିଶ୍ୱ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସକୁ ନେଇ ଆଶଙ୍କା କରୁଛି, ଭାରତ ଏହାକୁ ଏକ ସୁଯୋଗ ଭାବେ ଗ୍ରହଣ କରିବା ଉଚିତ୍ । ନୂଆପିଢ଼ିକୁ ଏଆଇ ମାଧ୍ୟମରେ ଶିକ୍ଷାଦାନର ବ୍ୟବସ୍ଥା କରାଯିବ । 'ଏଆଇ ଫର୍ ଅଲ୍' ଆଗାମୀ ଦିନରେ ଏକ 'ଗେମ୍ ଚେଞ୍ଜର' ସାବ୍ୟସ୍ତ ହେବ । ସେହିପରି ପ୍ରଧାନମନ୍ତ୍ରୀଙ୍କ 'ଆତ୍ମନିର୍ଭର ଭାରତ'ର ସ୍ୱପ୍ନ ସାକାର କରିବା ପାଇଁ ନାଗରିକଙ୍କ ଆର୍ଥିକ ଆଉଟପୁଟ୍ ବଢ଼ାଇବାକୁ ହେବ । ବିକଶିତ ଭାରତ ଗଠନ ପାଇଁ ଆମର ୱର୍କଫୋର୍ସକୁ ୫୦ରୁ ୭୫ ପ୍ରତିଶତକୁ ନେବାକୁ ପଡ଼ିବ ଏବଂ ଏଥିପାଇଁ ଦକ୍ଷତା ବିକାଶ ହିଁ ମୂଳାଧାର ।
ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ ମୟୂରଭଞ୍ଜ ତଥା ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଇଗ୍ନୋକୁ ଏହି ଅଭିଯାନରେ ଅଂଶୀଦାର ହୋଇଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଟେକ୍ନୋଲୋଜିର ବ୍ୟବହାର କରି ଆମେ ଏକ ସ୍ୱାଭିମାନୀ ଓ ସମୃଦ୍ଧ 'ନୂଆ ଭାରତ' ଗଠନ କରିବା ପାଇଁ ସଙ୍କଳ୍ପବଦ୍ଧ ବୋଲି ସେ ପ୍ରକାଶ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲା ବେଳେ ବାରିପଦାରୁ ଭିସି ମାଧ୍ୟମରେ ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ଭାରତ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories