Videos
|
Odisha

ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago·1 min read
ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି ।

 

ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।