Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

Odisha

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

Banajyotshna Ray
Browse all articles by Banajyotshna Ray
·2 years ago
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି।

୬ ତାରିଖରେ ଯାଇ ୧୦ ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ୱରର ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।ଏହାସହ ୧୧ ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ  ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । CISF ଆଉ ପୋଲିସ ମୁତୟନ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Prime Minister narendra Modi arrived in Bhubaneswar | Argus News