Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ମୋଦି

Smruti Parija
Browse all articles by Smruti Parija
·2 years ago
ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ: ମାସକ ପରେ ପୁଣି ଓଡିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ । ଚଣ୍ଡିଖୋଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଣ୍ଡିଖୋଲରେ ପହଞ୍ଚିବା ପରେ ପ୍ରଥମେ 19 ହଜାର 600 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।  ଏହାପରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦି । 

ପିଏମଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପିଏମଙ୍କ ସୁରକ୍ଷା ପାଇଁ 12 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୁବନେଶ୍ବର ବିମାନବନ୍ଦର ଓ ରାଜଭବନକୁ ହାଇ ସିକ୍ୟୁରିଟି ଜୋନରେ ରଖାଯାଇଛି । ମାସକ ଭିତରେ ପ୍ରଧାନମନ୍ତ୍ରୀଙ୍କ ଏହା ଦ୍ବିତୀୟ ଥର ଓଡ଼ିଶା ଗସ୍ତ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi reaches Chandikhole in Odisha | Argus News