Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

Ritu Das
Browse all articles by Ritu Das
·1 year ago·1 min read
ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଦିବସ ଓଡିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡିଶାର ଇତିହାସ, ସାହିତ୍ୟ ଓ ସଙ୍ଗୀତକୁ ନେଇ ଭାରତ ଗର୍ବିତ ବୋଲି ଉଲ୍ଲେଖ କରିଛନ୍ତି ପିଏମ୍।


ସେପଟେ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ଓ ବଳିଦାନ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷ ମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେହିପରି ଓଡିଶାର ସମସ୍ତ ଭାଇ ଭଉଣୀ ତଥା ସମଗ୍ର ବିଶ୍ବରେ ଓଡିଆ ସଂସ୍କୃତିର ପ୍ରଚାର ପ୍ରସାର କରୁଥିବା ଓଡିଆ ସମୁଦାୟଙ୍କୁ ଓଡିଆ ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନ ଏବଂ ଓଡ଼ିଆ ସଂସ୍କୃତିକୁ ଉଚିତ୍ ପରିଚୟ ଦେବା ପାଇଁ ସଂଘର୍ଷ କରିବା ସହ ବଳିଦାନ ଦେଇଥିବା ସମସ୍ତ ମହାପୁରୁଷଙ୍କୁ ପ୍ରଣାମ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ।


ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା।

Sponsored
prime-minister-union-minister-extend-greetings-on-the-occasion-of-utkal-day | Argus News